114
ନିସ୍ତାର ପର୍ବ ସଙ୍ଗୀତ
1 ଯେତେବେଳେ ଇସ୍ରାଏଲ ମିସରରୁ
ଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
2 ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ
ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
3 ସମୁଦ୍ର ତାହା ଦେଖି ପଳାଇଲା;
ଯର୍ଦ୍ଦନ ଉଜାଣି ବହିଲା।
4 ପର୍ବତଗଣ ମେଷ ପରି
ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
5 ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ?
ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?
6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି,
ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?
7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ,
ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;
8 ସେ ଶୈଳକୁ ଜଳାଶୟ,
ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ।